- Home
- »
- Breaking News
- »
- ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ: ସେଲିବ୍ରେଶନକୁ ନାଁ
ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ: ସେଲିବ୍ରେଶନକୁ ନାଁ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ନୂଆବର୍ଷ ପାଳନ ଉପରେ ଲାଗିଲା କଟକଣା । ଏନେଇ ଜାରି ହେଲା ଗାଇଡଲାଇନ । ବିଦେଶରେ ଭୂତାଣୁର ନୂଆ ଭାରିଆଣ୍ଟ ଯୋଗୁଁ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସଜାଗ ଅଛନ୍ତି ରାଜ୍ୟ ସରକାର । ଜନଗହଳି ଯୋଗୁଁ ସଂକ୍ରମଣ ଆଶଙ୍କା ଥିବାରୁ ଜିରୋ ନାଇଟ୍ ସେଲିବ୍ରେସନ୍, ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଡିସେମ୍ବର ୧ ତାରିଖରୁ ଜାନୁଆରୀ ୧ ଯାଏଁ ଏହି ଗାଇଡଲାଇନ୍ ବଳବତ୍ତର ରହିବ । ସାଧାରଣତଃ ଲୋକେ ହୋଟେଲ, ରେଷ୍ଟୁରାଣ୍ଟ, କ୍ଲବ, ପାର୍କ ଓ ସର୍ବସାଧାରଣ ସ୍ଥାନରେ ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସେଲିବ୍ରେସନ କରିଥାନ୍ତି । ଏଥିରେ ପ୍ରବଳ ଲୋକ ଏକାଠି ହେଉଥିବାରୁ ସଂକ୍ରମଣ ଭୟ ରହିଛି । ଫଳରେ ରାଜ୍ୟବ୍ୟାପୀ ନୂଆବର୍ଷ ପାଳନ ଉପରେ କଟକଣା ଲାଗୁ କରାଯାଇଛି । ଏପରିକି ନୂଆବର୍ଷରେ ସର୍ବସାଧାରଣ ସ୍ଥଳରେ ଭୋଜିଭାତ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଏହି ସମୟରେ ଲୋକଙ୍କୁ ସବୁଜ ବାଣ ଫୁଟାଇବା ପାଇଁ ଅନୁମତି ଦିଆଯାଇଛି । ପୂର୍ବଭଳି ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ । ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ୟ୍ୟକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ । ତେବେ ଯାତ୍ରା ଓ ସାଂସ୍କୃତିକ କାର୍ୟ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ୍ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍ କ୍ଷମତାରେ ସିନେମା ହଲ୍ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ୍ ହୋଇପାରିବେ ।