- Home
- »
- ଟ୍ରେଣ୍ଡିଙ୍ଗ ନ୍ୟୁଜ୍
- »
- ଶେଷ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଶେଷ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) :ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ନବୀନ ନିବାସରୁ ଭିସି ଜରିଆରେ ବୈଠକର ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରେ ଓ ବାହାରେ ଥିବା ମନ୍ତ୍ରୀମାନେ ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନଫରେନ୍ସି ଜରିଆରେ ଏହି ବୈଠକରେ ସାମିଲ ହୋଇଥିଲେ ।
ସାଧାରଣ ପ୍ରଶାସନ, ଗୃହ ଓ ଅବକାରୀ ବିଭାଗର ପ୍ରସ୍ତାବକୁ ମିଳିଛି ମଂଜୁରୀ । ଏସବୁ ନିଷ୍ପତ୍ତି ଗୁଡ଼ିକ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ଗୃହ, ଅବକାରୀ, ଶ୍ରମ ଓ ଇଏସଆଇ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହ ସମ୍ପର୍କିତ ବୋଲି ଜଣାପଡ଼ିଛି ।
ଆଜି ଦିନ ସାଢେ ୧୧ଟାରେ ଏହି ବୈଠକ ବସିବାକୁ ନେଇ ନିଷ୍ପତ୍ତି ନିଆଯାଇଥିଲା । ବୈଠକରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲଗାଇବାକୁ ନେଇ ଚର୍ଚ୍ଚାହେଉଥିବା ବେଳେ , ମୋଟ ୧୬ଟି ନିଷ୍ପତ୍ତି ଉପରେ ମୋହର ଲଗାଯାଇଛି ।