ରାଜ୍ୟରେ ୨୪ଘଣ୍ଟାରେ ୪୪୧ ପଜିଟିଭ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

SHARE NOW :
ଭୁବନେଶ୍ୱର(ନୀଳାଚଳ ନ୍ୟୁଜ୍) : ରାଜ୍ୟରେ ତଳ ମୁହାଁ ହେଉଛି କରୋନା ଗ୍ରାଫ୍ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୩ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୧୮୮ଟି ଲୋକାଲ କେସ୍ ରହିଛି । ଏହା ଭିତରେ ୧୮ବର୍ଷରୁ କମ ବୟସ ମଧ୍ୟରେ ୭୫ଜଣ ଶିଶୁ ରହିଥିବା ଜଣାପଡିଛି ।
ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।