FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ରାଜ୍ୟରେ ୨୪ଘଣ୍ଟାରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ରାଜ୍ୟରେ ୨୪ଘଣ୍ଟାରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ରାଜ୍ୟରେ ୨୪ଘଣ୍ଟାରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ଗତ ୨୪ଘଣ୍ଟାର ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୩୪୦ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୪୧ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି । ୧୮ବର୍ଷରୁ କମ୍ ବୟସର ୫୦ଜଣ ଶିଶୁ ରହିଛନ୍ତି ।


ତେବେ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ ରୁ ୩୬ଜଣ ରହିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୪୧୭ କୁ ବୃଦ୍ଧି ପାଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟ ରେ ୫ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *

Related Posts