FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ରାଜ୍ୟରେ ୨୪ଘଣ୍ଟାରେ ୪୪୮ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ଘଣ୍ଟାରେ ୪୪୮ ନୂଆ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଉପର ମୁହାଁ ହେଉଛି କରୋନା ଗ୍ରାଫ୍
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ସଂକ୍ରମଣ ସଂଖ୍ୟା ୬୦୦ ଉପରକୁ ରହି ଲୋକମାନଙ୍କ ମନରେ ଏକ ପ୍ରକାରର ଭୟ ସୃଷ୍ଟି କରିଥିଲା । କିନ୍ତୁ ଆଜିର ସଂକ୍ରମଣ ସଂଖ୍ୟା ଜନସାଧାରଣମାନଙ୍କ ମଧ୍ୟରେ ଏକ ଆଶ୍ୱସ୍ଥୀକର ପରିବେଶ ସୃଷ୍ଟି କରିଛି । ଏହି ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ ୫୯ ଜଣ ରହିଛନ୍ତି । ସେହିପରି ମୋଟ ୪୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୯ ଜଣ କ୍ବାରାଣ୍ଟାଇନରୁ ଓ ୧୮୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି ।


ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


ତେବେ ନୂଆ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୩୨୧୪୪ ଜଣ ପଜିଟିଭ ଚିହ୍ନଟ ହେଲେଣି । ଏମାନଙ୍କ ଭିତରୁ ୧୦୧୮୭୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୦୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave a Reply

Your email address will not be published. Required fields are marked *

Related Posts