FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ୨୪ଘଣ୍ଟାରେ ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ

୨୪ଘଣ୍ଟାରେ ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ

୨୪ଘଣ୍ଟାରେ ରାଜ୍ୟରେ ୫୨୪ ନୂଆ ଆକ୍ରାନ୍ତ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ରାଜ୍ୟରେ ଗତ ୨୪ଘଣ୍ଟାରେ ୫୨୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮ବର୍ଷ ଭିତରେ ୭୫ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ, ୨୧୮ଟି ସ୍ଥାନୀୟ ସଂକ୍ରମଣ ରହିଛି ।


ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ଜଣ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୭୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୩ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


ତେବେ ଗତ ୨୪ଘଣ୍ଟାର ରିପୋର୍ଟ ଅନୁଯାୟୀ, ଆଜିର ମୋଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୭ ହଜାର ୧୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୧୧୧ ରହିଛି । ଏବଂ ୭ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

Leave a Reply

Your email address will not be published. Required fields are marked *

Related Posts