ରାଜ୍ୟବାସୀଙ୍କ ପାଇଁ ଖୁସି ଖବର : ତଳ ମୁହାଁ କରୋନା ଗ୍ରାଫ୍

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ରାଜ୍ୟରେ ଗତ ୨୪ଘଣ୍ଟାରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ସାରା ରାଜ୍ୟବାସୀଙ୍କ ପାଇଁ ଏକ ପ୍ରକାର ଖୁସିର ଖବର ରହିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୧୪୯ଟି ଲୋକାଲ କେସ୍ ରହିଛି । ୩୫୮ ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୪୭ଜଣ ରହିଛନ୍ତି ।
ଏହା ସହିତ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୧୩, ବରଗଡରୁ ୩, ଭଦ୍ରକରୁ ୮, ବଲାଙ୍ଗିରରୁ ୪, ବୌଦ୍ଧରୁ ଜଣେ, କଟକରୁ ୧୫, ଦେଓଗଡ, ଗଞ୍ଜାମ ଓ କେନ୍ଦୁଝରରୁ ଜଣେ ଲେଖାଏଁ, ଗଜପତିରୁ୭, ଜଗତସିଂହପୁରରୁ ୮, ଯାଜପୁରରୁ ୧୧, କେନ୍ଦ୍ରାପଡାରୁ ୧୩, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୧, ନୟାଗଡରୁ ୩, ପୁରୀରୁ ୯, ରାୟଗଡାରୁ ୫, ସମ୍ବଲପୁରରୁ ୪, ସୋନପୁର ୨, ସୁନ୍ଦରଗଡ ୩, ଷ୍ଟେଟପୁଲରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୪୬୩୪ରେ ପହଞ୍ଚିଛି । ଏହାସହିତ ୧୦୨୧୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ରାଜ୍ୟରେ ୫୧୧୯ଟି ଆକ୍ଟିଭ୍ କେସ୍ ରହିଛି । ଆଜିର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ପ୍ରାଣ ହରାଇଥିବା ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।