- Home
- »
- ଟ୍ରେଣ୍ଡିଙ୍ଗ ନ୍ୟୁଜ୍
- »
- ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ
ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଆଜି ଚଢାଉ କରିଛି ଭିଜିଲାନ୍ସ । ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି। ଏକକାଳୀନ ୧୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।
ସୂଚନା ଅନୁଯାୟୀ, ଆଜି ସକାଳ ୬ଟାରୁ ଭିଜିଲାନ୍ସ ଟିମ୍ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରି ତଦନ୍ତ ଆରମ୍ଭ କରିଥିଲା । ୨୦୦୯ରୁ ୨୦୨୦ ମଧ୍ୟରେ ବିଧାୟକ ଶ୍ରୀ ପାଣିଗ୍ରାହୀ ୫ କୋଟି ୫ ଲକ୍ଷ ୪ ହଜାର ୬୬୫ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇବା ପରେ ଭିଜିଲାନ୍ସକୁ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଲୋକାୟୁକ୍ତ। ଏହି ଚଢ଼ାଉରେ ଜଣେ ଏସ୍ପି, ୨ ଜଣ ଅତିରିକ୍ତ ଏସ୍ପି ଓ ୧୭ ଜଣ ଡିଏସ୍ପିଙ୍କ ସହିତ ଅନ୍ୟମାନେ ସାମିଲ ହୋଇଛନ୍ତି।