ୟୁ-ଟ୍ୟୁବରେ ପାଠ ପଢିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ

SHARE NOW :
ଭୁବନେଶ୍ୱର (ଲାଇଭ୍ଓଡ଼ିଶା ନ୍ୟୁଜ୍): ସ୍କୁଲ ପିଲାଙ୍କ ପରି ଯୁକ୍ତ ଦୁଇ ପିଲା ପଢିବେ ୟୁ-ଟ୍ୟୁବ ପାଠ । ପ୍ରାଥମିକ, ମାଧ୍ୟମିକ ପରେ ଏବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜର ଛାତ୍ରଛାତ୍ରୀଙ୍କୁ ୟୁଟ୍ୟୁବ୍ରେ ପଢ଼ାଇବା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଣ୍ଟା ଭିଡ଼ିଛି । ପ୍ରାଥମିକ ପର୍ଯ୍ୟାୟରେ ଯୁକ୍ତ ୨ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ଖୁବ୍ଶୀଘ୍ର ୟୁଟ୍ୟୁବ୍ରେ ଶିକ୍ଷା ଦିଆଯିବ ।
ପ୍ରଥମ ପର୍ଯ୍ୟାୟରେ ୭ଟି ସ୍ଥାନ ବନେଶ୍ବରର ବିଜେବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଟକର ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପୁରୀର ଏସ୍ଏସ୍ସିଏସ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାରିପଦାର ଏମ୍ପିସି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବାଲେଶ୍ବରର ଫକୀର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ଏହି ପାଠପଢ଼ା ଆରମ୍ଭ ହେବ । ତେଣୁ କଲେଜ ଗୁଡ଼ିକ ଏ ଦିଗରେ ପଦକ୍ଷେପ ନେବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ନିର୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଉକ୍ତ ୭ଟି କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।