FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଲାଗି ରହିବ ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ

ଲାଗି ରହିବ ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ

ଲାଗି ରହିବ ବର୍ଷା, ୮ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ
SHARE NOW :

ଭୁବନେଶ୍ୱର,୧୨.୯( ଲାଇଭ୍ ଓଡିଶା ନ୍ୟୁଜ୍‌) : ଅଧିକ ଘନୀଭୂତ ହେଉଛି ଲଘୁଚାପ । ରାଜ୍ୟରେ ଏବେ ପ୍ରାୟ ସୁବ ଜିଲ୍ଲାରେ ଲଗୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ  ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନିଭୁତ ହୋଇ ଉତ୍ତର-ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୂଯାଇ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟ ରେ ବର୍ଷା ଜାରି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ମଧ୍ୟ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ବାଲେଶ୍ୱର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ମୟୂରଭଞ୍ଜ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୩ ତାରିଖରେ ଅତି ପ୍ରବଳ ବର୍ଷା ନେଇ ଅନୁଗୁଳ, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗିର ଓ ସୋନପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତଳିଆ ଅଞ୍ଚଳର ଚାଷ ଜମି ଜଳମଗ୍ନ ହେବା ସହ ମାଟି ରାସ୍ତା କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୪ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମତ୍ସ୍ୟଜୀବୀ ମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି । ଉତ୍ତର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Related Posts