FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ଭୁବନେଶ୍ୱରରେ ବଢିଲା ପେଟ୍ରୋଲ ଦର

ଭୁବନେଶ୍ୱରରେ ବଢିଲା ପେଟ୍ରୋଲ ଦର

ଭୁବନେଶ୍ୱରରେ ବଢିଲା ପେଟ୍ରୋଲ ଦର
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ୧୩ ପଇସା ବୃଦ୍ଧି ପାଇ ୧୦୨ଟଙ୍କା ୨୩ପଇସା ହୋଇଥିବା ବେଳେ ଡିଜେଲ ଦାମ ପ୍ରତି ଲିଟର ପିଛା ୧୨ପଇସା ବୃଦ୍ଧି ପାଇ ୯୨ଟଙ୍କା ପଇସା ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୯୭ ପଇସା ଓ ଡିଜେଲ ଦର ୮୬ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୯୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୬ ଟଙ୍କା ୬୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୭୬ ପଇସା ଥିବାବେଳେ ଡିଜେଲ ଦର ୮୮ ଟଙ୍କା ୭୯ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୪୦ ପଇସା ଥିବା ବେଳେ ଡିଜେଲ ଦାମ ୯୧ ଟଙ୍କା ୪୩ ପଇସା ରହିଛି। ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ ଜ୍ଝ ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Leave a Reply

Your email address will not be published. Required fields are marked *

Related Posts