ଶୀତକାଳୀନ ଅଧିବେଶନ ପାଇଁ ବିଧାନସଭା ଏବଂ ସଂସଦରେ ପ୍ରସ୍ତୁତି

SHARE NOW :
ଭୁବନେଶ୍ୱର(ଲାଇଭଓଡିଶା ବ୍ୟୁରୋ): ଡିସେମ୍ବର ୧ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏ ନେଇ ଆଜିଠୁ ବିଧାୟକ ଓ ଗୃହ ରେ ଯୋଗଦେଉଥିବା ସମସ୍ତ କର୍ମଚାରୀଙ୍କର ହେଉଛି କରୋନା ଟେଷ୍ଟ । ଆଜିଠୁ ୩୦ ତାରିଖ ଯାଏଁ ତିନି ଦିନ ଧରି ହେବ କୋଭିଡ୍ ଟେଷ୍ଟିଂ । ସକାଳ ୮ରୁ ସନ୍ଧ୍ୟା ସାଢ଼େ ୫ଟା ଯାଏ ହେବ ଟେଷ୍ଟିଂ । ବିଧାନସଭାର ସମସ୍ତ କର୍ମଚାରୀ ଓ ବିଧାୟକଙ୍କର କରୋନା ଟେଷ୍ଟ କରାଯାଉଛି । ସେହିଭଳି ସାମ୍ବାଦିକ ଓ ସୁରକ୍ଷାକର୍ମୀଙ୍କର ମଧ୍ୟ କରୋନା ଟେଷ୍ଟ ହେଉଛି । ସମସ୍ତଙ୍କର ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ରିପୋର୍ଟ ନେଗେଟିଭ୍ ଆସିଲେ ଶୀତକାଳୀନ ଅଧିବେଶନକୁ ଅନୁମତି ମିଳିବ ।ଅନ୍ୟପକ୍ଷରେ ଆସନ୍ତାକାଲିଠୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ ।
। ସେଥିନେଇ ଆଜି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ସମସ୍ତ ଦଳର ପ୍ରତିନିଧିମାନେ ଉପସ୍ଥିତ ରହି ଆଲୋଚନା କରିଛନ୍ତି । କିପରି ବିନା କୌଣସି ହୋ-ହାଲ୍ଲାରେ କିଭଳି ସୁରୁଖୁରରେ ସଂସଦ ଚାଲିବ ସେନେଇ ଲୋଚନା ହୋଇଛି । ଗୃହ ସ୍ୱାଭାବିକ କରିବାକୁ ବିରୋଧୀଙ୍କ ସହଯୋଗ ଲୋଡ଼ିବେ ସରକାର ।କୃଷି ଆଇନ୍ ପ୍ରତ୍ୟାହାର ପାଇଁ ନିଷ୍ପତ୍ତି ପରେ ବି ଏବେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି । ଗୃହରେ ଦରଦାମ ବୃଦ୍ଧି, ପଡୋଶୀ ରାଷ୍ଟ୍ର ସହ ସୀମା ବିବାଦ ପ୍ରସଙ୍ଗ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯିବ ।