FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. କନ୍ଧମାଳରେ ସ୍ମାର୍ଟକାର୍ଡ ବଣ୍ଟନ

କନ୍ଧମାଳରେ ସ୍ମାର୍ଟକାର୍ଡ ବଣ୍ଟନ

କନ୍ଧମାଳରେ ସ୍ମାର୍ଟକାର୍ଡ ବଣ୍ଟନ
SHARE NOW :


କନ୍ଧମାଳ (ଲାଇଭ୍ ଓଡିଶା ନ୍ୟୁଜ୍‌) : ଉନ୍ନତି ପଥରେ ଆଗେଇଚାଲିଛି ରାଜ୍ୟ । ଓଡିଶାକୁ ସ୍ମାର୍ଟ କରିବାର ଶପଥ ପୂରା କରୁଛନ୍ତି ନବୀନ ପଟ୍ଟନାୟକ । ସ୍ମାର୍ଟସେବାରେ ଅନେକ ଜିଲ୍ଲା ଅନ୍ତର୍ଭୁକ୍ତ ହେଉଛି । ଉନ୍ନତି କଲମରେ ନୂଆ କାହାଣୀ ଲେଖିଲା ଆଉ ଏକ ଜିଲ୍ଲା । ଅନୁଗୁଳ ଓ ଢେଙ୍କାନାଳ ପରେ ଏବେ ସ୍ମାର୍ଟସେବାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ ଈଝକଣ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ ଈଝକଣ ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି
ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର‌୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।
ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ । ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ଏଭଳି ଏକ ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

Related Posts