FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ଆସୁଛି ବାତ୍ୟା ‘ଗୁଲାବ’

ଆସୁଛି ବାତ୍ୟା ‘ଗୁଲାବ’

ଆସୁଛି ବାତ୍ୟା ‘ଗୁଲାବ’
SHARE NOW :

ଖଲ୍ଲିଖୋଟ,୨୫.୯(ଲାଇଭ୍ ଓଡିଶା ନ୍ୟୁଜ୍‌): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରର ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି । ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଓଡ଼ିଶାର ଗୋପାଳପୁର ଓ ଉତ୍ତର ଆନ୍ଧ୍ରପ୍ରଦେଶର ବିଶାଖାପାଟନମ୍ ମଧ୍ୟରେ କଳିଙ୍ଗପଟ୍ଟନମ୍ ଦେଇ ସ୍ଥଳଭାଗରେ ପ୍ରବେଶ କରିବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ମଧ୍ୟ ଆଶଙ୍କା କରାଯାଉଛି । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କି.ମି. ରହିବ ବୋଲି ଆକଳନ କରାଯାଉଛି ।

ଏନେଇ ଗତକାଲିଠୁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ୭ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହ ଆଲୋଚନା କରାଯାଇଛି । ଗଜପତି ଓ ରାୟଗଡ଼ା ଭଳି ଜିଲ୍ଲାରେ ଭୁସ୍କଳନ ହେବାର ସମ୍ଭାବନା ରହିଛି । ସେଥିପାଇଁ ଜିଲ୍ଲା ପ୍ରଶାସନକୁ ଏହା ଉପରେ ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି । ଗଞ୍ଜାମ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ ଏହା ବ୍ୟତୀତ ନୟାଗଡ ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି ।
ତେବେ ପରିସ୍ଥିତିକୁ ଦେଖି ଓଡ୍ରାଫ, ଏନଡ଼ିଆରଫ ଓ ଫାୟାର ସର୍ଭିସ ସହିତ ଆଲୋଚନା କରାଯାଇଛି । ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ୪୨ଟି ଓଡ୍ରାଫ ଟିମ୍ , ୨୪ ଟି ଏନଡ଼ିଆରଫ ଟିମ୍ ଏବଂ ୧୦୨ ରୁ ଅଧିକ ଅଗ୍ନିଶମ ବାହିନୀ ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ କରାଯାଇଛି ।
ଏହାର ପ୍ରଭାବରେ ୪ ରୁ ୫ ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ସନ୍ଧ୍ୟା ପରଠୁ ଉପକୂଳ ଓଡିଶାର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ଘୂର୍ଣ୍ଣିବଳୟ ସାଇକ୍ଲୋନିକ ଷ୍ଟ୍ରମର ରୂପ ନେବ । ୬୦ ରୁ ୭୦ କିମି ବେଗରେ ପବନ ବୋହିବା ଆଶଙ୍କା କରାଯାଉଛି ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ।

Leave a Reply

Your email address will not be published. Required fields are marked *

Related Posts