- Home
- »
- ଟ୍ରେଣ୍ଡିଙ୍ଗ ନ୍ୟୁଜ୍
- »
- ଅକ୍ଟୋବର ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ
ଅକ୍ଟୋବର ୨୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

SHARE NOW :
ଭୁବନେଶ୍ୱର(ନୀଳାଚଳ ନ୍ୟୁଜ୍): ଆସନ୍ତା ଅକ୍ଟୋବର ୨୨ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହିତ ପ୍ରାୟ ଦେଢ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବିଜେଡିର ଅନେକ କାର୍ଯ୍ୟକର୍ତ୍ତା , ମନ୍ତ୍ରୀ, ସାଂସଦ ଓ ବିଧାୟକମାନେ ଏହି କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଭାଗ ନେବାର ସୂଚନା ରହିଛି ।
ମୟୂରଭଞ୍ଜ ଜିଲ୍ଲାରେ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଦଳୀୟ ସଂଗଠନକୁ ଅଧିକ ସୁଦୃଢ଼ କରିବା ନେଇ ଦଳ ଲକ୍ଷ୍ୟ ରଖିଛି । ଗସ୍ତ କରୁଥିବା ମନ୍ତ୍ରୀ, ବିଧାୟକ ଓ କାର୍ୟ୍ୟକର୍ତ୍ତା ଜିଲ୍ଲାରେ କିଛି ଦିନ ରହି ସାଂଗଠନିକ ସ୍ଥିତି ଅନୁଧ୍ୟାନ କରିବା ସହ ତୃଣମୂଳ ସ୍ତରରେ ସମର୍ଥକଙ୍କ ସଂଖ୍ୟା ବୃଦ୍ଧି କରିବା ନେଇ ଆବଶ୍ୟକ ପଦକ୍ଷେପ ନେବେ ।