- Home
- »
- Breaking News
- »
- ଶିଶୁ ପାଇବେ କରୋନା ଟୀକା, ଆସନ୍ତାକାଲିଠାରୁ ଟିକାକରଣ ପାଇଁ ପ୍ରସ୍ତୁତି ଆରମ୍ଭ ହେବ
ଶିଶୁ ପାଇବେ କରୋନା ଟୀକା, ଆସନ୍ତାକାଲିଠାରୁ ଟିକାକରଣ ପାଇଁ ପ୍ରସ୍ତୁତି ଆରମ୍ଭ ହେବ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଆଜି ଆମ ଦେଶରେ ୧୦୦କୋଟି ଟିକାକରଣ ଟପିଛି । ଆମ ରାଜ୍ୟରେ ମଧ୍ୟ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୮ଲକ୍ଷ ଟିକାକରଣ ହେଇଛି। ଓଡ଼ିଶାରେ ୨୨ ଲକ୍ଷରୁ ଟିକା ଆହୁରି ମହଜୁଦ ଅଛି। ୨୪ ଲକ୍ଷ ଲୋକ ଏବେ ବି ଦ୍ବିତୀୟ ଡୋଜ୍ ଟିକା ନେଇନାହାନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍ ଟିକା ଦେବା ପାଇଁ ପ୍ରସ୍ତୁତି ଆରମ୍ଭ ହେବ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। କେନ୍ଦ୍ର ପକ୍ଷରୁ ଭର୍ଚୁଆଲ ମୋଡରେ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ ଟୀକାକରଣ ନିମନ୍ତେ ପ୍ରଶିକ୍ଷଣ ଦିଆଯିବ।