FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ୫ ଜିଲ୍ଲାକୁ ୟୋଲୋ ୱାଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୫ ଜିଲ୍ଲାକୁ ୟୋଲୋ ୱାଣ୍ଣିଂ ଜାରି କଲା ପାଣିପାଗ ବିଭାଗ

୫ ଜିଲ୍ଲାକୁ ୟୋଲୋ ୱାଣ୍ଣିଂ ଜାରି କଲା ପାଣିପାଗ ବିଭାଗ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଉର୍ଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଝାରସୁଗୁଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି। ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ସତର୍କ କରାଯାଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ନଭେମ୍ବର ୧୪ରୁ ୧୭ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ଥିବା କୁହାଯାଉଛି। ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଲଗାଣ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଝଜଉ) କାର‌୍ୟ୍ୟାଳୟ। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି ଏସ୍ଆରସି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Related Posts