FOLLOW US ON SOCIAL

  1. Home
  2. »
  3. Breaking News
  4. »
  5. ରାଜ୍ୟରେ କମୁଛି କରୋନା ମୃତ୍ୟୁଜନିତ ସଂଖ୍ୟା, ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କମୁଛି କରୋନା ମୃତ୍ୟୁଜନିତ ସଂଖ୍ୟା, ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କମୁଛି କରୋନା ମୃତ୍ୟୁଜନିତ ସଂଖ୍ୟା, ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଗତ କିଛିଦିନ ଧରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟରେ ମଧ୍ୟ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ଜଣ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *

Related Posts