- Home
- »
- Breaking News
- »
- ଆକ୍ସନ ମୁଡରେ ରାଜ୍ୟସରକାର, ବିଦା ହେଲେ ୮ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀ
ଆକ୍ସନ ମୁଡରେ ରାଜ୍ୟସରକାର, ବିଦା ହେଲେ ୮ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଆକ୍ସନ ମୁଡରେ ରାଜ୍ୟ ସରକାର । ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କୁ କରାଯାଉଛି ବିତାଡିତ । ନିଜର ଅପାରଗତ ଓ ଦୁର୍ନୀତି ପ୍ରକୃତି ପାଇର୍ ଆଜି ୮ଜଚ୍ଚଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିଷ୍କାର କରିସାରିଲେଣି ରାଜ୍ୟ ସରକାର। ଏହି ୮ ଅଧିକାରୀଙ୍କ ମଧ୍ୟରେ ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ତଥା ଓଏଏସ୍ ଅଧିକାରୀ ଗୌରାଙ୍ଗ ଚରଣ ମହାନ୍ତି, ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ବା ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବିଡିଓ ଆଲଫୋନ୍ସ ବିଲୁଙ୍ଗ, କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁ, କଳାହାଣ୍ଡି ଲାଞ୍ଜିଗଡ ବ୍ଲକର ସିଡିପିଓ ମୀନା ପାତ୍ର, କଳାହାଣ୍ଡି ଥୁଆମୂଳ ରାମପୁର ସିଡିପିଓ ପୁଷ୍ପାଞ୍ଚଳି ରଥ, ଦେବଗଡର ପୂର୍ବତନ ଅବକାରୀ ଉପ ଅଧୀକ୍ଷକ ଅଜିତ କୁମାର ମହାପାତ୍ର ଓ ଭଦ୍ରକ ଜିଲ୍ଲା ତିହିଡି ବ୍ଲକ କ୍ୟାସିଅର ପ୍ରଭାକର ପ୍ରଧାନ ଅଛନ୍ତି।