- Home
- »
- Breaking News
- »
- ରାଜ୍ୟରେ ନିୟନ୍ତ୍ରଣରେ ଆସୁଛି କରୋନା ସଂକ୍ରମଣ, ଆଜି ୪୬୭ ନୂଆ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ନିୟନ୍ତ୍ରଣରେ ଆସୁଛି କରୋନା ସଂକ୍ରମଣ, ଆଜି ୪୬୭ ନୂଆ ସଂକ୍ରମିତ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ); ରାଜ୍ୟରେ ନିୟନ୍ତ୍ରଣରେ ଆସୁଛି କରୋନା । ଆଣିଦେଉଛି ଆଶ୍ୱସ୍ତିକର ଖବର । ତଳକୁ ଖସୁଛି ସଂକ୍ରମଣର ଗ୍ରାଫ । ରାଜ୍ୟରେ ଗତ ୨୪ଘଂଟାରେ ୪୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୩୪,୨୭୬ରେ ପଂହଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୬ ଜଣ ପଜିଟିଭ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ , କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୫୨ଜଣ ରହିଛନ୍ତି ।