- Home
- »
- Breaking News
- »
- ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର, ନୂଆ ୫୨୪ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର, ନୂଆ ୫୨୪ ଆକ୍ରାନ୍ତ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ); ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୭୦୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୨୩୮୪୯ ଜଣ ସୁସ୍ଥ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ, ଖୋର୍ଦ୍ଧାରୁ ୨୫୪ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।