- Home
- »
- Breaking News
- »
- ରାଜ୍ୟରେ ନୂଆ ୩୨୭ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ନୂଆ ୩୨୭ କରୋନା ଆକ୍ରାନ୍ତ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଲାଣି । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୨୯ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୧୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।