- Home
- »
- Breaking News
- »
- ରାଜ୍ୟରେ ନୂଆ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ନୂଆ ୫୪୯ କରୋନା ଆକ୍ରାନ୍ତ ଚିହ୍ନଟ

SHARE NOW :
ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ): ପୁଣି ଉପରମୁହାଁ ହୋଇଛି କରୋନା ଗ୍ରାଫ୍ । ଗୋଟିଏ ଦିନରେ ରାଜ୍ୟରେ ପୁଣି ୫୦୦ରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୭୦ଜଣ ଅଛନ୍ତି । ୫୪୯ କରୋନା ଆକ୍ରାନ୍ତ ମଧ୍ୟରୁ ୩୧୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୩୧ଟି ହେଉଛି ଲୋକାଲ୍ କେସ୍। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୯,୮୧୮ କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦,୨୬,୭୭୪ ଜଣ ସୁସ୍ଥ ହୋଇ ସାରିଲେଣି। ୪,୬୭୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୧୮ କୁ ବୃଦ୍ଧି ପାଇଛି।