FOLLOW US ON SOCIAL

  1. Home
  2. »
  3. ରାଜ୍ୟ
  4. »
  5. ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
SHARE NOW :

ଭୁବନେଶ୍ୱର (ଲାଇଭ୍ଓଡ଼ିଶା ନ୍ୟୁଜ୍‌): ଆଜି ରାଜ୍ୟର କିଛି ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି କିଛି ଜିଲ୍ଲାରେ ଝଡ଼ ତୋଫାନ ସହ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟରେ ଜୁନ୍‌ ପହିଲାରୁ ଗତକାଲି ମଧ୍ୟରେ ୧୬୯. ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଗତକାଲି ମଧ୍ୟ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ଜୁନ୍‌ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। 

Leave a Reply

Your email address will not be published. Required fields are marked *

Related Posts