FOLLOW US ON SOCIAL

  1. Home
  2. »
  3. ଟ୍ରେଣ୍ଡିଙ୍ଗ ନ୍ୟୁଜ୍
  4. »
  5. ଆଜି ରାଜ୍ୟ କ୍ୟାବିନେଟ ବୈଠକ : ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି

ଆଜି ରାଜ୍ୟ କ୍ୟାବିନେଟ ବୈଠକ : ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି

ଆଜି ରାଜ୍ୟ କ୍ୟାବିନେଟ ବୈଠକ : ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି
SHARE NOW :

ଭୁବନେଶ୍ୱର(ଲାଇଭ ଓଡିଶା ନ୍ୟୁଜ) : ଆଜି ଦିନ ସାଢେ ୧୧ଟାରେ ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି କ୍ୟାବିନେଟ ବୈଠକ । ଭର୍ଚୁଆଲ୍ ମୋଡରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ବୈଠକରେ ଠିକା ଓ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯିବା ସମ୍ଭାବନା ରହିଛି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପରେ ବାଜିବ ମୋହର । ସେପଟେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାବେଳେ କ୍ୟାବିନେଟ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲଗେଇବା ନେଇ ଅନୁମାନ କରାଯାଉଛି । ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ । ଏଥିରେ ପଞ୍ଚାୟତିରାଜ, ଅର୍ଥ, ରାଜସ୍ୱ, ପୂର୍ତ୍ତ ଓ ସାଧାରଣ ପ୍ରଶାସନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Related Posts