ଅରୁଣ ଷଡ଼ଙ୍ଗୀଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି
୧୯୯୦ ବ୍ୟାଚ ଆଇପିଏସ୍ ତଥା ପୂର୍ବତନ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟର ମୋହନ ମାଝୀ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଆଜି ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ