flood

  • |

    ଉତ୍ତର ବାଲେଶ୍ୱରରେ ଜଳ ପ୍ରଳୟ

    ଉତ୍ତର ବାଲେଶ୍ୱରରେ ଜଳ ପ୍ରଳୟ ଆଣିଛି ସୁବର୍ଣ୍ଣରେଖା, ଜଳକା ଓ ବୁଢାବଳଙ୍ଗ। ସୌସୁମୀ ବର୍ଷା ଓ ଝାରଖଣ୍ଡ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତର ବାଲେଶ୍ୱରରେ ପ୍ରବାହିତ ହେଉଥିବା ଏହି ୩ ନଦୀରେ ପ୍ରବଳ ବନ୍ୟା ଜଳ ପ୍ରବାହିତ ହେଉଛି। ଯେଉଁଥିପାଇଁ ରାସ୍ତାରେ ପ୍ରବାହିତ ହେଉଛି ୩ରୁ ୪ ଫୁଟ୍‌ ଉଚ୍ଚର ପାଣି। ଗତ ୩ ଦିନ ହେଲା ଭୋକିଲା ଜୀବନ ବିତାଉଛନ୍ତି ଜଳେଶ୍ୱର, ଭୋଗରାଇ, ବାଲିଆପାଳ, ବସ୍ତା ଓ ସଦର ବ୍ଲକର କିଛି ପଞ୍ଚାୟତର…

  • |

    ରାଜ୍ୟରେ ବନ୍ୟା ପରିସ୍ଥିତି ଆଶଙ୍କା

    ରାଜ୍ୟରେ ବନ୍ୟା ପରିସ୍ଥିତି ନେଇ ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ବତନ୍ତ୍ର ରିଲିଫ କମିସନର। ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଳ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳ ଉପରେ ନଜର ରଖିବା ସହ ଏନେଇ ରିପୋର୍ଟ ଦେବାକୁ କୁହାଯାଇଛି। ହୀରାକୁଦର ଆଉ ୬ଟି ଗେଟ୍‌ ଖୋଲିବା ପରେ ଫୁଲୁଛି ମହାନଦୀ। ଶାଖା ନଦୀମାନଙ୍କରେ ମଧ୍ୟ ଜଳସ୍ତର ବଢ଼ିବାରେ ଲାଗିଛି । ସକାଳ ୮ଟା…

  • |

    ଚେତାବନୀ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

    କେରଳର ୱାୟନାଡରେ ଘଟିଥିବା ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ଶୋକ ସନ୍ତପ୍ତ ପରିବାରକୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ସମବେଦନା ଜଣାଇଛନ୍ତି । ଏଥି ସହିତ ସେ ସଂସଦରେ କହିଛନ୍ତି ଯେ ଜୁଲାଇ ୨୩ରେ ସମ୍ଭାବ୍ୟ ଭୂସ୍ଖଳନ ବିଷୟରେ କେରଳ ସରକାରଙ୍କୁ ପୂର୍ବରୁ ଚେତାବନୀ ଦିଆଯାଇଥିଲା । ଏନଡିଆରଏଫର ୯ଟି ଟିମକୁ ପୂର୍ବରୁ କେରଳକୁ ପଠାଯାଇଥିଲା । ଜୁଲାଇ ୨୬ରେ ସେଠାରେ ୨୦ ସେଣ୍ଟି ମିଟରରୁ ଅଧିକ ବର୍ଷା ହେବ ଏବଂ ପ୍ରବଳ ବର୍ଷା ହେବ,…

  • |

    କେରଳ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର

    କେରଳ ୱାୟନାଡରେ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ଶହେ ପାର୍ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ୧୦୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇ ଥିବାବେଳେ ୧୨୮ ଜଣ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏବେ ମଧ୍ୟ ଶତାଧିକ ଲୋକ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ନିଖୋଜ ଲୋକଙ୍କ ସନ୍ଧାନରେ ଏନଡିଆରଏଫ ଠାରୁ ଆରମ୍ଭ କରି ଆର୍ମି ମୁତୟନ ହୋଇଛନ୍ତି। ପ୍ରବଳ ବର୍ଷା ପରେ କେରଳର ୱାୟନାଡରେ ତାଣ୍ଡବ ରଚିଛି ପ୍ରକୃତି। ଗୋଟିଏ ପରେ ଗୋଟିଏ…