
କିମସରେ ବିଶ୍ୱ ହୃଦୟ ଦିବସ ପାଳିତ
ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (କିମସ) ପକ୍ଷରୁ ସୋମବାର ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ସହ ବିଶ୍ୱ ହୃଦୟ ଦିବସ ପାଳନ କରାଯାଇଛି। ଏହି ଅବସରରେ କିମସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏଥିରେ କିମ୍ସର କାର୍ଡିଓଲୋଜି ବିଭାଗର ଡାକ୍ତର, କର୍ମଚାରୀ, ଛାତ୍ରଛାତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ହୃଦୟ ସୁସ୍ଥତାର ଗୁରୁତ୍ୱ ସଂପର୍କରେ ଲୋକଙ୍କୁ ସଚେତନ କରିବା ସହ ସୁସ୍ଥ ଜୀବନଶୈଳୀ ଆପଣାଇବା ପାଇଁ ପ୍ରୋତ୍ସାହିତ










