
କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ର ୧୮ତମ ବାର୍ଷିକ ଉତ୍ସବ
ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ର ୧୮ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । କିଟ୍ ଓ କିସ୍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଶ୍ରୀ ସାମନ୍ତ ଛାତ୍ରଛାତ୍ରୀ ତଥା ଅଭିଭାବକଙ୍କୁ ଅଭିଭାଷଣ ପ୍ରଦାନ କରି କହିଲେ, କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲରେ ପିଲାମାନଙ୍କୁ ଆନୁଷ୍ଠାନିକ ଶିକ୍ଷା ସହ ସେମାନଙ୍କ ସାମଗ୍ରିକ ବିକାଶ ଉପରେ ବିଶେଷ ଧ୍ୟାନ ଦିଆଯାଇଥାଏ ।