
ଦଶମ ଓ ଦ୍ଵାଦଶରେ କିସରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ
ଭୁବନେଶ୍ୱର : ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷାରେ କିସ୍ ରୁ ରେକର୍ଡ଼ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କିସର୍ ୨୦୦୦ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୯୦୦ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେବେ । ଉଭୟ ଦଶମ ଓ +୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୬୦% ହେଉଛନ୍ତି ଛାତ୍ରୀ ।