
ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ୱର : ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ସ୍ବାଗତ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିଛନ୍ତି। ବିମାନବନ୍ଦର ସମ୍ମୁଖ,