ଓଡ଼ିଶାରୁ ଫେରିଗଲା ଦକ୍ଷିଣ-ପଶ୍ଚିମ ମୌସୁମୀ
ପାଣିପାଗ ବିଭାଗର ଆକଳନ ସତ ହୋଇଛି। ନିର୍ଦ୍ଧାରିତ ସମୟଠାରୁ ବିଳମ୍ୱରରେ ଓଡ଼ିଶାରୁ ଫେରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଜିଠାରୁ ପ୍ରାୟତଃ ରାଜ୍ୟର ଅଧିକାଂଶ ଜିଲ୍ଲାରୁ ମୌସୁମୀ ଫେରିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗକୁ ବାଘୁଆ ଶୀତ ମାଡ଼ି ଆସିବ ବୋଲି ଅନୁମାନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆଜିଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଯାଜପୁର,…