
ଆଜି ସଂସଦର ମୌସୁମୀ ଅଧିବେଶନ ଆରମ୍ଭ
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। ଏହାର ଗୋଟିଏ ଦିନ ପୂର୍ବରୁ ଆଜି ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଯିବ। ଏହି ଅବସରରେ ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ସରକାରଙ୍କୁ ଟାର୍ଗେଟ କରିବେ। ଏଥି ପାଇଁ ବିରୋଧୀ ଦଳର ନେତାମାନେ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ଅନ୍ୟପଟରେ ମୌସୁମୀ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା, କଂଗ୍ରେସ