ତାଜା ଖବର
୩୦ରେ ପୁରୀ ଯିବେ ବିଧାନସଭା ଗୃହ କମିଟି
ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ପରିଚାଳନା ଓ ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବେ ବିଧାନସଭା ଗୃହ କମିଟି । ଆସନ୍ତା ୩୦ ତାରିଖରେ ଗୃହ ଓ ଆଇନ ବିଭାଗର ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି ପୁରୀ ଗସ୍ତରେ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ଓ ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି । ବିଭାଗୀୟ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱାଧୀନ ୧୨ଜଣିଆ ସଦସ୍ୟ ବିଶିଷ୍ଟ କମିଟି