Live Odisha Tv

Puri

ତାଜା ଖବର

ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ

ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ। ଖୁବ୍‌ ଶୀଘ୍ର ଏହି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡ଼ୁଆ ଦିଆଯିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ୱୀରା ହରିଚନ୍ଦନ। ଶ୍ରୀ ହରିଚନ୍ଦନ କହିଛନ୍ତି, ଶ୍ରୀମନ୍ଦିର ଆସୁଥିବା ଭକ୍ତଙ୍କୁ ମାଗଣାରେ ମହାପ୍ରସାଦ ଦେବା ପାଇଁ ବର୍ଷକୁ ୧୪ ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାର ବୋଝ ଯେପରି ସରକାରଙ୍କ

Read More »
ତାଜା ଖବର

ରତ୍ନ ଭଣ୍ଡାରର ହେଲା ଲେଜର ସ୍କାନିଂ

ପୁରୀ; ରତ୍ନ ଭଣ୍ଡାରର ହେଲା ଲେଜର ସ୍କାନିଂ । ରତ୍ନ ଭଣ୍ଡାର ତଦାରଖ କରି ଫେରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ବିଶେଷଜ୍ଞ ଟିମ୍ ଦ୍ୱାରା ରତ୍ନ ଭଣ୍ଡାରର ଲେଜର ସ୍କାନିଂ କରାଯାଇଛି । ଏଏସଆଇ ଏଡିଜି ଜାନଭିଜ୍ ଶର୍ମା ନେତୃତ୍ୱରେ ଯାଞ୍ଚ କରାଯାଇଥିଲା । ୧୭ ଜଣିଆ ଟିମ୍ ତନ ତନ କରି ଯାଞ୍ଚ ସହ ଲେଜର ସ୍କାନିଂ କରିଛନ୍ତି ।ତେବେ ଆଜିର ଯାଞ୍ଚ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇନି ,ରାଡାର

Read More »
ତାଜା ଖବର

ରତ୍ନଭଣ୍ଡାରରେ ଅଛି ଅଳଙ୍କାର ସହ ଯୁଦ୍ଧାସ୍ତ୍ର

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଖାଲି ଅଳଙ୍କାର ନୁହେଁ, ଗଚ୍ଛିତ ଅଛି ରାଜା ରାଜୁଡ଼ା ଅମଳର ଯୁଦ୍ଧାସ୍ତ୍ର ଓ ମୁକୁଟ। ଯେଉଁଥିରେ ତେଣ୍ଟା ଓ ବର୍ଚ୍ଛା ଭଳି ରାଜା ରାଜୁଡ଼ା ଅମଳର ଅସ୍ତ୍ରଶସ୍ତ୍ର ରହିଛି। ଗୁରୁବାର ମହାପ୍ରଭୁ ଜଗନ୍ନାଥଙ୍କ ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ ସମସ୍ତ ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଆଜି ଏଭଳି ଆଚମ୍ବିତ କଲାଭଳି ତଥ୍ୟ ଦେଇଛନ୍ତି ଖୋଦ ରତ୍ନଭଣ୍ଡାର ତଦାରଖ କମିଟିର ମୁଖ୍ୟ ଜଷ୍ଟିସ ବିଶ୍ୱନାଥ ରଥ। ଜଷ୍ଟିସ୍ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାର ସିନ୍ଦୁକ

Read More »
ତାଜା ଖବର

ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ। ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ୱାରରେ ପହଞ୍ଚିଛନ୍ତି। ସିଂହଦ୍ୱାରରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପ୍ରବଳ ଭିଡ଼ ଜମିଛି। ଆସନ୍ତାକାଲି ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହଣ ମହଣ ରତ୍ନ ଅଳଙ୍କାରରେ ଆଭୂଷିତ ହେବେ ଶ୍ରୀଜିଉ। ତା’ପରେ ଅଧରପଣା ଏବଂ ଶୁକ୍ରବାର ରହିଛି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ। ଗତକାଲି ସୁରୁଖୁରୁରେ ମହାବାହୁଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଲକ୍ଷ୍ମୀ-ନାରାୟଣ ଭେଟ

Read More »
ତାଜା ଖବର

ଖୋଲିଲା ରତ୍ନ ଭଣ୍ଡାର, ଟ୍ବିଟ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରତ୍ନଭଣ୍ଡାର ଖୋଲାଯିବା ନେଇ ସିଏମ୍‌ଓ ପକ୍ଷରୁ ଟୁଇଟ୍‌ କରାଯାଇଛି । ‘ମହାପ୍ରଭୁଙ୍କ ଇଚ୍ଛାରେ ୪୬ ବର୍ଷ ପରେ ଖୋଲାଗଲା ରତ୍ନଭଣ୍ଡାର’ । ‘ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲାଗଲା’ । ‘ଏ ମହାନ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ’ । ତୁମ ଇଚ୍ଛାରେ ଓଡିଆ ଜାତି ଆଜି ଆଗକୁ ବଢୁଛି । ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢୁଛି ।

Read More »
ତାଜା ଖବର

କାଲି ଖୋଲିବ ରତ୍ନଭଣ୍ଡାର !

କାଲି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପିକୁ ସରକାର ମଂଜୁର କରିଛନ୍ତି ବୋଲି ସେ କହିଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ,

Read More »
ତାଜା ଖବର

ଅରବିନ୍ଦଙ୍କୁ ଶ୍ରୀମନ୍ଦିର ଦାୟୀତ୍ୱ

ବିଶୃଙ୍ଗଳିତ ଆଚରଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ଏହା କହିଛନ୍ତି ଶ୍ରୀମନ୍ଦିର ନବ ନିଯୁକ୍ତ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଦାୟିତ୍ୱ ଗ୍ରହଣ କରିବା ପରେ ସେ ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ମୁଖ୍ୟ ପ୍ରଶାସକ କହିଛନ୍ତି ଯେ, ନୀତିକାନ୍ତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ । ବିଶୃଙ୍ଖଳିତ ଆଚରଣ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହିତ ରଥ ଉପରେ ଅଣ ସେବାୟତ କିଭଳି ଚଢିବେ ନାହିଁ ସେଥିପ୍ରତି

Read More »
ଦେଶ ବିଦେଶ

ବଡଦାଣ୍ଡରୁ ଗଡିଲା ତିନି ରଥ

ପୁରୀ : ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥ ଆଜି ସକାଳୁ ଜନ୍ମବେଦୀ ମୁହାଁ ହୋଇଛନ୍ତି। ଲକ୍ଷଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ରଥରେ ୩ ଠାକୁରଙ୍କୁ ପାଇ ଭାବବିହ୍ୱଳ ହୋଇପଡ଼ିଛନ୍ତି ଭକ୍ତ। ଘଣ୍ଟଘଣ୍ଟା, ବାଦ୍ୟରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ୩ ରଥକୁ ବେଶ

Read More »