ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀଜିଉଙ୍କ ଶୃଙ୍ଖଳିତ ନୀତି ନିର୍ଘଣ୍ଟ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI ଓ ASI ପକ୍ଷରୁ ହୋଇଥିବା ଜିପିଆର୍ ସର୍ଭେ ରିପୋର୍ଟ ଆଧାରରେ ଓ ରାଜ୍ୟ ସରକାରଙ୍କ ଏସଓପି ଭିତ୍ତିରେ ହେବ ମରାମତି କାମ।